ବରମୁଣ୍ଡା ବସ୍‌ ଟର୍ମିନାଲର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବରମୁଣ୍ଡା ଠାରେ 5T ଉପକ୍ରମରେ ନବନିର୍ମିତ ବାବା ସାହେବ ଭୀମରାଓ ଆମ୍ବେଦକର ବସ୍‌ ଟର୍ମିନାଲର ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ଆମ ସମ୍ବିଧାନ ପ୍ରସ୍ତୁତ କରିବାରେ ବାବା ସାହେବ ଭୀମ୍‌ରାଓ ଆମ୍ବେଦକରଙ୍କ ମୁଖ୍ୟ ଭୂମିକା ରହିଥିଲା। ଭାରତୀୟ ସମ୍ବିଧାନର ପ୍ରଣେତା ଭାବେ ସେ ଜଣାଶୁଣା। ଦେଶ ପାଇଁ ତାଙ୍କ ଅବଦାନକୁ ସମ୍ମାନ ଜଣାଇ ତାଙ୍କ ନାମରେ ଏହି ବସ୍‌ ଟର୍ମିନାଲ ନାମିତ କରାଯାଇଛି। ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ବାବା ସାହେବଙ୍କ ପ୍ରତି ଓଡ଼ିଶାବାସୀଙ୍କ ଏହା ହେଉଛି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳୀ। ବାବା ସାହେବଙ୍କ ଅବଦାନ ସମ୍ପର୍କରେ ସମସ୍ତଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ବସ୍ ଟର୍ମିନାଲ ଭିତରେ ବାବା ସାହେବଙ୍କ ଜୀବନ ଓ ଆଦର୍ଶ ଉପରେ ଆଧାରିତ ଏକ ଗ୍ୟାଲେରି ମଧ୍ୟ କରାଯାଇଛି। ଏହି ବସ୍‌ ଟର୍ମିନାଲ ଯାତ୍ରୀମାନଙ୍କୁ ଉତ୍ତମ ସେବା ଯୋଗାଇ ଦେବାରେ ସଫଳ ହେବା ସହ ସାରା ଓଡିଶାରେ ଏକ

ଜରୁରୀକାଳୀନ ଚିକିତ୍ସା ଠାରୁ ଆରମ୍ଭ କରି ବ୍ୟବସାୟିକ କମ୍ପ୍ଲେକ୍ସ, ଏସ୍କାଲେଟର, ଲିଫ୍ଟ, ପ୍ରତୀକ୍ଷାଳୟ, ପୁଲିସ୍‌ ଫାଣ୍ଡି, ଡ୍ରାଇଭରଙ୍କ ବିଶ୍ରାମ କକ୍ଷ, ଆହାର କେନ୍ଦ୍ର, ଫୁଡ୍ କୋର୍ଟ ଓ ସ୍ତନ୍ୟପାନ ଗୃହ ଆଦି ରହିଛି। ବିମାନବନ୍ଦର ଭଳି ଯାତ୍ରୀମାନେ ଏଠାରେ ସବୁ ସୁବିଧା ପାଇପାରିବେ।