ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

ଭୁବନେଶ୍ୱର,୧/୦୮: ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ପ୍ରଜନନ ପାଇଁ ମେ ୧ ତାରିଖରୁ ବନ୍ଦ ରହିଥିଲା ବେଳେ ଆଜିଠୁ ଖୋଲିଛି ଜାତୀୟ ଉଦ୍ୟାନ । ପର୍ଯ୍ୟଟକମାନେ ଆଜିଠୁ ଭିତରକନିକା ଜାତୀୟ ଉଦ୍ୟାନ ବୁଲିବାର ସୁଯୋଗ ପାଇବେ। ଚଳିତ ଥର ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ ଆକର୍ଷଣ ପାଲଟିବ ନୂଆକରି ନିର୍ମାଣ ହୋଇଥିବା ସ୍କାୟ ୱାକ ବ୍ରିଜ୍ । ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନରେ ବିଭିନ୍ନ ବ୍ୟବସ୍ଥା କରାଯାଇଥିବା ରାଜନଗର ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି ।