ତୀବ୍ର ରୂପ ନେଲାଣି ଭରତପୁର ଥାନା ମାମଲା,ଆସନ୍ତା ୨୪ ତାରିଖ ଦିନ ୬ ଘଣ୍ଟିଆ ଭୁବନେଶ୍ୱର ବନ୍ଦ ଡାକରା ଦେଲା ବିଜେଡି

ଭୁବନେଶ୍ୱର, ୨୨/୦୯: ତୀବ୍ର ରୂପ ନେଲାଣି ଭରତପୁର ଥାନାରେ ଆର୍ମି ମେଜର୍ ଓ ବାନ୍ଧବୀଙ୍କୁ ଦିଆଯାଇଥିବା ନିର୍ଯାତନା ମାମଲା।  ଏହି ଘଟଣା ସମଗ୍ର ରାଜ୍ୟରେ ହଇଚଇ ସୃଷ୍ଟି କରିଥିବା ବେଳେ ବିଜେଡି ଦେଇଛି ବନ୍ଦ ଡାକରା।ଆସନ୍ତା ୨୪ ତାରିଖ ମଙ୍ଗଳବାର ଦିନ ୬ ଘଣ୍ଟିଆ ଭୁବନେଶ୍ୱର ବନ୍ଦ ଡାକରା ଦେଇଛି ବିଜେଡି। ଏନେଇ ଆଜି ପ୍ରେସମିଟରେ ସୂଚନା ଦେଇଛନ୍ତି ବିଜେଡିର ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ର। ଆସନ୍ତା ମଙ୍ଗଳବାର ସକାଳ ୬ଟାରୁ ବିଜେଡି ଭୁବନେଶ୍ୱର ବନ୍ଦ ପାଳନ କରିବ ବୋଲି ସେ କହିଛନ୍ତି।ଏହି ଘଟଣାର ନ୍ୟାୟିକ ତଦନ୍ତ ଦାବି କରାଯାଇଛି।

ଏହାର ଜବାବରେ ବିଜେପି ନେତା ଦିଲ୍ଲୀପ ମଲ୍ଲିକ କହିଛନ୍ତି, ବିଜେପି ସରକାର ଏହି ଘଟଣାକୁ ଅତି ଗୁରୁତର ସହ ଗ୍ରହଣ କରିଛନ୍ତି। ତୁରନ୍ତ ୫ ଅଧିକାରୀଙ୍କୁ ନିଲମ୍ବନ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦୋଷୀ ନିହାତି ଭାବେ ଦୃଷ୍ଟାନ୍ତମୂଳକ ଦଣ୍ଡ ପାଇବ ।

 

Leave a Reply

Your email address will not be published. Required fields are marked *