ରାଜଧାନୀ ଭୁବନେଶ୍ୱରରୁ ଆଜି ୮୩ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୧।୧୧(ଦି ପ୍ରଗତି ନ୍ୟୁଜ୍): ରାଜଧାନୀ ଭୁବନେଶ୍ୱରରୁ ଆଜି ୮୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୦ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୬୩ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୨୦୧ କରୋନା ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି ।

ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯୨୩୬କୁ ବୃଦ୍ଧି ପାଇଥିବା ବେଳେ ୨୭୭୪୪ଜଣ ସୁସ୍ଥ ହୋଇଛନ୍ତି ଓ ୧୬୭ଜଣଙ୍କର ମୃତ୍ୟୁ ହୋଇଛି । ଏବେ ବି ୧୩୦୪ଜଣ କରୋନା ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।