ଭୁବନେଶ୍ୱରରେ ଆଜି ଆଉ ୭୫୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୪/୬: ରାଜ୍ୟରେ ଏବେ ହୁ ହୁ ହୋଇ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଆଜି ଓଡ଼ିଶାରେ ୭୭୨୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ତନ୍ମଧ୍ୟରୁ ରାଜଧାନୀ ଭୁବନେଶ୍ୱରରୁ ୭୫୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୭୫୩ ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୨୬ ଓ ସ୍ଥାନୀୟ ଅଞ୍ଚଳରୁ ୬୨୨ ରୋଗୀ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ୧୨୭୫ ଜଣ ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି। ଏହାସହ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୭୯,୩୨୭କୁ ବୃଦ୍ଧି ପାଇଛି। ୬୮,୮୨୭ ଜଣ ସୁସ୍ଥ ହୋଇଥିବା ବେଳେ ୩୪୮ ଜଣଙ୍କର ମୃତ୍ୟୁ ଘଟିଛି ଓ ଏବେ ଭୁବନେଶ୍ୱର ରେ ୧୦,୧୩୧ ଆକ୍ଟିିିଭ କେସ ରହିଛି।