ବିଧାନସଭା ଅଧିବେଶନ ପାଇଁ ସର୍ବଦଳୀୟ ବୈଠକ

ଭୁବନେଶ୍ୱର,୨୯/୦୬:ନୂଆ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ବିଧାନସଭା ଅଧିବେଶନ ପାଇଁ ସର୍ବଦଳୀୟ ବୈଠକ ବସିଛି । ଏଥିରେ କଂଗ୍ରେସ ବିଧାୟକ ଦଳର ନେତା ନରସିଂହ ମିଶ୍ର, ଶାସକ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲିଙ୍କ ସହ ମନ୍ତ୍ରୀ, ବିଧାୟକ, ବିରୋଧି ଦଳ ଉପନେତା ବିଷ୍ଣୁ ସେଠୀ ଓ ବିରୋଧି ଦଳ ମୁଖ୍ୟ ସଚେତକ ମୋହନ ମାଝୀ ଯୋଗଦେଇଛନ୍ତି । ନୂଆ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ ।

ସେପଟେ ଏଥର ବିଧାନସଭା ଅଧିବେଶନରେ ଅନେକ ପରିବର୍ତ୍ତନ ଦେଖିବାକୁ ମିଳିବ । କାରଣ ବଜେଟ୍ ଅଧିବେଶନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ମନ୍ତ୍ରୀ ମଣ୍ଡଳରେ ବ୍ୟାପକ ପରିବର୍ତନ କରିଛନ୍ତି । ଜୁଲାଇ ୨ ତାରିଖରୁ ଆରମ୍ଭ ହେବ ମୌସୁମୀ ଅଧିବେଶନ । ଏଥିରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଆସିବ ।