ଓଆରଏଚ୍‌ଡିସି ଦୁର୍ନୀତି ମାମଲା: ବିନୋଦ କୁମାରଙ୍କୁ ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର ଟଙ୍କା ଜରିମାନା

ଭୁବନେଶ୍ବର,୩୦/୧୧: ବହୁଚର୍ଚ୍ଚିତ ଓଡ଼ିଶା ଗ୍ରାମ୍ୟ ଗୃହ ନିର୍ମାଣ ଓ ଉନ୍ନୟନ ନିଗମ(ଓଆରଏଚଡିସି) ଋଣ ହଡ଼ପ ମାମଲାର ଶୁଣାଣି କରି ଆଜି ଭିଜିଲାନ୍ସ କୋର୍ଟ ୬ ଜଣ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେହିପରି ଓଆରଏଚ୍‌ଡିସି ଦୁର୍ନୀତି ମାମଲାରେ ବିନୋଦ କୁମାରଙ୍କୁ ଭିଜିଲାନ୍ସ ବିଭାଗ ପୁଣି ସଜା ଶୁଣାଇଛି। ବନୋଦ କୁମାରଙ୍କୁ ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର ଟଙ୍କା ଜରିମାନା ଦଣ୍ଡ ହୋଇଛି। ଜରିମାନା ଅନାଦେୟ ହେଲେ ୬ ମାସ ଅଧିକ ଜେଲଦଣ୍ଡ ମିଳିବ ବୋଲି ଭିଜିଲାନ୍ସ କୋର୍ଟ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ ଦୁର୍ନୀତି ମାମଲାରେ ବିନୋଦ କୁମାର ୫ମ ଥର ପାଇଁ ଭିଜିଲାନ୍ସ କୋର୍ଟରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।