ଭୁବନେଶ୍ବର,୨୫/୦୨: ଆଜି ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜାପୁରକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍ଏସି) ଭାବେ ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଗତକାଲି ୫ଟି ନୂଆ ମ୍ୟୁନିସିପାଲିଟି ସହିତ ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ବିଷୟରେ ଘୋଷଣା କରିଥିଲେ। ବୀରମହାରାଜପୁର ଏଥିରେ ସାମିଲ ହେବାଦ୍ୱାରା ନୂଆ ବିଜ୍ଞାପିତ ପରିଷଦ ସଂଖ୍ୟା ୩୫ରେ ପହଞ୍ଚିଛି। ସୂଚନାଯୋଗ୍ୟ, ବୀରମହାରାଜପୁର ସୁବର୍ଣ୍ଣପୁର ଜିଲ୍ଲାର ସବଡିଭିଜନ ମୁଖ୍ୟାଳୟ ଅଟେ।