ଚିଲିକାରେ ପକ୍ଷୀ ଗଣନା ଆରମ୍ଭ

ଭୁବନେଶ୍ୱର,୪/୧: ଚିଲିକାରେ ପକ୍ଷୀ ଗଣନା ଆରମ୍ଭ ହୋଇଛି । ଏଥିପାଇଁ ସମଗ୍ର ଚିଲିକାରେ ୨୧ଟି ଟିମ୍ ନିୟୋଜିତ ହୋଇଛନ୍ତି । ବାଲୁଗାଁରେ ୬ଟି, ଟାଙ୍ଗିରେ ୮ଟି, ସାତପଡ଼ାରେ ୪ଟି, ରମ୍ଭାରେ ୨ଟି ଓ ଚିଲିକା ନୂଆପଡ଼ାରେ ଗୋଟିଏ ଟିମ୍ ଗଣନାରେ ସାମିଲ ହୋଇଛନ୍ତି । ଗଣନା ପାଇଁ ୧୧୮ ଜଣ କର୍ମଚାରୀ ନିୟୋଜିତ ହୋଇଛନ୍ତି । ଏମାନେ ଚିଲିକାର ବିଭିନ୍ନ ସ୍ଥାନକୁ ଯାଇ ପକ୍ଷୀ ଗଣନା କରୁଛନ୍ତି । ସକାଳ ୬ଟାରୁ ଗଣନା ପ୍ରକ୍ରିୟା ଆରମ୍ଭ ହୋଇ ଦିନ ୧୨ଟା ଯାଏଁ ଚାଲିବ ।