ଧାମନଗର ଉପନିର୍ବାଚନ: ଅବନ୍ତୀ ଦାସ ହେଲେ ବିଜେଡିର ପ୍ରାର୍ଥୀ

ଭୁବନେଶ୍ୱର,୧୨/୧୦: ସବୁ କଳ୍ପନାଜଳ୍ପନା ର ଘଟିଲା ଅନ୍ତ। ଶେଷରେ ଧାମନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି। ଅବନ୍ତୀ ଦାସ ହେଲେ ବିଜେଡିର ପ୍ରାର୍ଥୀ।

ଅନ୍ୟପଟେ ବାବା ହରେକୃଷ୍ଣ ସେଠୀ କଂଗ୍ରେସ ପ୍ରାର୍ଥୀ ହୋଇଥିବା ବେଳେ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜ ବିଜେପିରୁ ପ୍ରାର୍ଥୀ ହୋଇଛନ୍ତି । ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି ।

ସୂଚନାଯୋଗ୍ୟ ଯେ ୭ ତାରିଖଠାରୁ ନାମାଙ୍କନ ଦାଖଲ ଆରମ୍ଭ ହୋଇଥିବା ବେଳେ ଅକ୍ଟୋବର ୧୪ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି। ସେହିପରି ୧୫ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ । ଅକ୍ଟୋବର ୧୭ ହେଉଛି ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ । ଧାମନଗର ଉପନିର୍ବାଚନ ପାଇଁ ନଭେମ୍ବର ୩ରେ ଭୋଟ ଗ୍ରହଣ ହେବାକୁ ଥିବା ବେଳେ ୬ରେ ଭୋଟ୍ ଗଣତି ହୋଇ ସେହିଦିନ ଫଳାଫଳ ପ୍ରକାଶ ପାଇବ । ବିଜେପି ବିଧାୟକ ତଥା ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀଙ୍କ ବିୟୋଗ ପରେ ଏହି ଆସନ ଖାଲି ରହିଛି ।