ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି

ନୂଆଦିଲ୍ଲୀ, ୧୫/୧: ନିର୍ଵାଚନୀ ବିଗୁଲ ବାଜିବା ପରେ ରାଜନୀତି ମାହୋଲ ବେଶ ସରଗରମ ହେବାରେ ଲାଗିଛି। ଏହାରିମଧ୍ୟରେ ଆଜି ଉତ୍ତର ପ୍ରଦେଶ ବିଧାନସଭା ପ୍ରଥମ ଏବଂ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି। ଗୋରଖପୁରରୁ ପ୍ରାର୍ଥୀ ହେବେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ସେହିପରି ସିରାଥୁରୁ ଲଢ଼ିବେ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ। ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ୟୁପି ଇନ୍‌ଚାର୍ଜ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସୂଚନା ଦେଇଛନ୍ତି।