ବ୍ରଜରାଜନଗର ଉପ ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କଲା ବିଜେପି

ଭୁବନେଶ୍ୱର,୧୫/୫: ବ୍ରଜରାଜନଗର ଉପ ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ବିଜେପି ।  ରାଜ୍ୟ ବିଜେପି ପକ୍ଷରୁ ଘୋଷଣା କରାଯାଇଥିବା ୪୦ ଜଣିଆ ଲିଷ୍ଟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହିତ ପୀୟୁଷ ଗୋଏଲ, ଅଶ୍ୱିନୀ ବୈଷ୍ଣବଙ୍କ ଭଳି ନେତାଙ୍କ ନାଁ ରହିଛି ।

୪୦ ଜଣିଆ ଏହି ଲିଷ୍ଟରେ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସହିତ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସାଂସଦ ଜୁଏଲ ଓରାମ, ପ୍ରଭାରୀ ପୁରନ୍ଦେଶ୍ୱରୀ, କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ , ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ, ସାଂସଦ ସୁରେଶ ପୂଜାରୀ, ବସନ୍ତ ପଣ୍ଡା, କନକ ବର୍ଦ୍ଧନ ସିଂହଦେଓ, ଅପରାଜିତା ଷଡଙ୍ଗୀ, ସମ୍ବିତ ପାତ୍ର, ସଙ୍ଗୀତା ସିଂହଦେଓଙ୍କ ନାଁ ରହିଛି ।