ଝାରସୁଗୁଡା ଜିଲ୍ଲାରେ BSKY ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫/୧୧: ଆଜି ଝାରସୁଗୁଡା ଜିଲ୍ଲାରେ BSKY ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାବାସି ପ୍ରାୟ ୧.୧୫ ଲକ୍ଷ ଲୋକ ଏହି ସୁବିଧା ପାଇବେ । ଏହାସହ ୨୯୭ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିରେ ୧୪୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ ୧୫୩ କୋଟି ଟଙ୍କାର କାମ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିଲା । ଝାରସୁଗୁଡା ଜିଲ୍ଲାର ସବୁ ଗାଁ ଓ ସବୁ ସହରକୁ ଭଲ ପିଇବା ପାଣି ଯୋଗାଇ ଦେବାପାଇଁ ୬୧୮ କୋଟି ଟଙ୍କାର ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି । ୨୦୨୨ ଜୁନ୍‌ ସୁଦ୍ଧା ଜିଲ୍ଲାର ୧ ଲକ୍ଷ ୨୨ ହଜାର ପରିବାରକୁ ପାଇପ ପାଣି ଯୋଗାଇ ଦିଆଯିବ ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଛନ୍ତି ଯେ ପ୍ରତିଟି ଜୀବନ ମୂଲ୍ୟବାନ । ସେ ଏହା ମଧ୍ୟ କହିଛନ୍ତି ଟଙ୍କା ପାଇଁ କେହି ଚିକିତ୍ସାରୁ ବଞ୍ଚିତ ନ ହୁଅନ୍ତୁ ।