ପୁଣି ବଢିଲା ବିଏସକେୱାଇ ନବୀନ କାର୍ଡର ଆବେଦନ ଅବଧି

ଭୁବନେଶ୍ୱର,୨୮/୧୦: ବିଏସକେୱାଇ ନବୀନ କାର୍ଡର ଆବେଦନ ଅବଧି ପୁଣିଥରେ ବୃଦ୍ଧି କରାଯାଇଛି। ଫେବ୍ରୁଆରୀ ୮ ତାରିଖ ପର୍ଯ୍ୟନ୍ତ ଏହି କାର୍ଡର ଆବେଦନ ଅବଧି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ପୂର୍ବରୁ ବିଏସକେୱାଇ ନବୀନ କାର୍ଡର ଆବେଦନ ଅବଧିକୁ ଜାନୁଆରୀ ୨୬ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିଲା । ହେଲେ ଲୋକଙ୍କ ହିତକୁ ଦୃଷ୍ଟିରେ ରଖି ଏହାର ଅବଧିକୁ ପୁଣିଥରେ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଏଣିକି ଫେବ୍ରୁଆରୀ ୮ ତାରିଖ ପର୍ଯ୍ୟନ୍ତ ଲୋକମାନେ ଏହି କାର୍ଡ ପାଇଁ ଆବେଦନ କରିପାରିବେ ।