ବିଏସକେୱାଇ ନବୀନ କାର୍ଡର ଶୁଭାରମ୍ଭ

ଭୁବନେଶ୍ୱର,୨୯/୧୨: ବିଏସକେୱାଇ ଯୋଜନାରୁ ବଞ୍ଚିତ ଲୋକଙ୍କ ପାଇଁ ଖୁସିଖବର । ବିଏସକେୱାଇ ନବୀନ କାର୍ଡର ଶୁଭାରମ୍ଭ ହୋଇଛି । ଏହି ନୂଆ କାର୍ଡ ଜରିଆରେ ବିଏସକେୱାଇରୁ ବଞ୍ଚିତ ଗ୍ରାମଞ୍ଚଳର ସବୁ ପରିବାର ଏହି ନୂଆ ଯୋଜନାରେ ସାମିଲ ହେବେ । କେବଳ ସରକାରୀ କର୍ମଚାରୀ ଓ ଆୟକରଦାତାଙ୍କୁ ବାଦ୍ ଦେଇ ଗ୍ରାମାଞ୍ଚଳର ଅନ୍ୟ ଲୋକଙ୍କୁ ଏଥିରେ ସାମିଲ କରାଯିବ । ଏହି କାର୍ଡ ଜରିଆରେ ଉଭୟ ରାଜ୍ୟ ଓ ରାଜ୍ୟ ବାହାରେ ବିଏସକେୱାଇରେ ପଞ୍ଜିକୃତ ହସ୍ପିଟାଲରେ ଜଟିଳ ରୋଗର ଚିକିତ୍ସା ସୁବିଧା ପାଇପାରିବେ । ବିଏସକେୱାଇର ତୃତୀୟ ପର୍ଯ୍ୟାୟରେ ରାଜ୍ୟର ୧ କୋଟି ୧୦ ଲକ୍ଷରୁ ଅଧିକ ପରିବାର, ଯାହାକି ରାଜ୍ୟର ଜନସଂଖ୍ୟାର ୯୦ ପ୍ରତିଶତ । ସେମାନଙ୍କୁ ବିଏସକେୱାଇ ନବୀନ କାର୍ଡ ଜରିଆରେ ଉତ୍ତମ ଚିକିତ୍ସା ସୁବିଧା ମିଳିବ । ଏହି କାର୍ଡ ଦ୍ୱାରା କୌଣସି ପରିବାର ଆର୍ଥିକ ଦୁରାବସ୍ଥା କାରଣରୁ ଜଟିଳ ରୋଗର ଚିକିତ୍ସା ପାଇଁ ଅସୁବିଧାର ସମ୍ମୁଖୀନ ହେବେ ନାହିଁ । କାରଣ ଚିକିତ୍ସାର ସମସ୍ତ ଖର୍ଚ୍ଚ ସରକାର ବହନ କରିବେ ।