ଜାନୁଆରୀ ୩୧ ତାରିଖରୁ ଆରମ୍ଭ ହେବ ସଂସଦର ବଜେଟ୍ ଅଧିବେଶନ

ନୂଆଦିଲ୍ଲୀ, ୧୪/୧: ଜାନୁଆରୀ ୩୧ ତାରିଖରୁ ସଂସଦର ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ସଂସଦର ବଜେଟ୍ ଅଧିବେଶନ ନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି।ଅର୍ଥମନ୍ତ୍ରୀ ନିର୍ମଳା ସୀତରମଣ ସଂସଦରେ ଚଳିତ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରିବେ । ଜାନୁଆରୀ ୩୧ ତାରିଖରେ ସଂସଦର ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ, ଫେବୃଆରୀ ୧ ତାରିଖରେ କେନ୍ଦ୍ରୀୟ ବଜେଟ୍ ସଂସଦରେ ଉପସ୍ଥାପିତ ହେବ ।  ଦୁଇଟି ପର୍ଯ୍ୟାୟରେ ବସିବ ସଂସଦର ବଜେଟ୍ ଅଧିବେଶନ । ପ୍ରଥମ ପର୍ଯ୍ୟାୟ ଅଧିବେଶନଟି ଜାନୁଆରୀ ୩୧ ତାରିଖରୁ ଆରମ୍ଭ ହୋଇ ଫେବୃଆରୀ ୧୧ ପର୍ଯ୍ୟନ୍ତ ଚାଲିବ। ସେହିପରିି ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ମାର୍ଚ୍ଚ ୧୪ରୁ ଏପ୍ରିଲ ୮ ତାରିଖ ପର୍ଯ୍ୟନ୍ତ ଚାଲିବ ।