ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୪ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର,୧୬/୦୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ଶେ‌ଷ ହୋଇଛି। ଏହି ବୈଠକରେ ୧୪ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ନିର୍ବାଚନ ଆଚରଣ ବିଧି ଲାଗୁ ହେବା ପୂର୍ବରୁ ଏହି ବୈଠକରେ ଏକାଧିକ ବିଭାଗର ପ୍ରସ୍ତାବରେ କ୍ୟାବିନେଟ୍ ମୋହର ମାରିଛି।ଏହି ବୈଠକ ପରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଓ ମନ୍ତ୍ରୀ ଟୁକୁନି ସାହୁ ସୂଚନା ଦେଇଛନ୍ତି। କଟକ ମହାନଦୀ ଉପରେ ଏକ ଉଚ୍ଚ ସେତୁ ନିର୍ମିତ ହେବ। ସେହିପରି ସାଲେପୁର ବ୍ଲକ ବ୍ରାହ୍ମଣଖଣ୍ଡି-ସାହୁଖେତ ରାସ୍ତାରେ ହେବ ସେତୁ ନିର୍ମାଣ । ସେତୁ ନିର୍ମାଣରେ ୧୨୮ କୋଟି ଟଙ୍କା ଖର୍ଚ୍ଚ ହେବ ଆଉ ଏହା ୩ ବର୍ଷରେ ଶେଷ ହେବ । ସେତୁ ନିର୍ମାଣ ଦ୍ୱାରା କଟକ-ଚାନ୍ଦବାଲି ଓ କଟକ-ପାରାଦୀପ ରାସ୍ତାରେ ସହଜ ହେବ ଯାତାୟାତ ।ଏହାସହ କଟକ ଚାଉଳିଆଗଞ୍ଜରେ ହେବ ଡିଏଭି ଏସସିବି ମେଡିକାଲ ପବ୍ଲିକ ସ୍କୁଲ । ଜଳସେଚିତ ଅଞ୍ଚଳରେ ପୁରୁଣା କରନାଳୀର ହେବ ପୁନଃନିର୍ମାଣ ଜଳସେଚିତ ଅଞ୍ଚଳରେ ପୁରୁଣା କରନାଳୀ କାମର ଅବଧି ମଧ୍ୟ ବଢିଲା ।