କ୍ୟାବିନେଟ୍ ବୈଠକରେ ୭ଟି ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ୱର,୯/୪: କ୍ୟାବିନେଟ୍ ବୈଠକରେ ୭ଟି ପ୍ରସ୍ତାବ ଉପରେ ବାଜିଲା ମୋହର । ପ୍ରବାସୀ ଓଡିଆଙ୍କ ସୁବିଧା ପାଇଁ ଖୋଲିବ ନୂଆ ନିର୍ଦ୍ଦେଶାଳୟ । ରାଜ୍ୟ ଓ ଦେଶ ବାହାରେ ରହୁଥିବା ଓଡିଆଙ୍କ ପାଇଁ ଓଡିଶା ପରିବାର ନିର୍ଦ୍ଦେଶାଳୟ ଖୋଲାଯିବା ପାଇଁ ସରକାର ପ୍ରସ୍ତାବ ଦେଇଛନ୍ତି । ରାଜ୍ୟ ଯୋଜନା ଅର୍ନ୍ତଭୁକ୍ତ କୃଷକ ସଂଗଠନ ଗୁଡିକୁ ସହାୟତା ଉଦ୍ଦେଶ୍ୟରେ ଆଗାମୀ ୫ବର୍ଷ ପାଇଁ ୩ଶହ ୧୩କୋଟି ୬୧ଲକ୍ଷ ଟଙ୍କା ଅନୁମୋଦନ କରାଯାଇଛି । ସେହିପରି ପାନୀୟ ଜଳ ଯୋଗାଣ କ୍ଷେତ୍ରରେ ବିଭିନ୍ନ କାର୍ଯ୍ୟକ୍ରମକୁ କ୍ୟାବିନେଟରେ ଅନୁମୋଦନ କରାଯାଇଛି ।