କ୍ୟାବିନେଟ ବୈଠକରେ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ୱର,୩୦/୧୨: ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ କ୍ୟାବିନେଟ୍ ବୈଠକ ବସିଥିଲା। ଏହି ବୈଠକରେ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିଛି । ଏହି କ୍ରମରେ ୩୬୫ ଜୁନିୟର ଇଞ୍ଜିନିୟର ପଦବୀ ବୃଦ୍ଧି କରାଯିବ । ସେହିଭଳି ପବ୍ଲିକ ହେଲଥ ଫାଉଣ୍ଡେସନ ଅଫ୍ ଇଣ୍ଡିଆକୁ ଜମି ଅନୁମୋଦନ ଦେଇଛନ୍ତି ରାଜ୍ୟ ସରକାର । ରାଜ୍ୟର ଗମନା ଗମନକୁ ଆହୁରି ସୁଗମ କରିବାକୁ ରାଜ୍ୟ ସରକାର ପୁଣି ୨୦୦ଟି ଇଲେକ୍ଟିକ୍ ବସ ଚଳାଇବା ନେଇ କ୍ୟାବିନେଟରେ ପ୍ରସ୍ତାବ ପାରିତ ହୋଇଛି । ଏହି ବସ୍ ଗୁଡିକ ଭୁବନେଶ୍ୱର ସମେତ ଅନ୍ୟ କିଛି ଜିଲ୍ଲାରେ ଗଡିବ । ସେହିଭଳି ଓଡିଶା ସିଭିଲ ସର୍ଭିସ୍ ପରୀକ୍ଷା ପାଇଁ ବୟସ ସୀମା ବୃଦ୍ଧି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏହି ବୟସ ସୀମା ୩୨ ରୁ ୩୮କୁ ବୃଦ୍ଧି କରାଯାଇଛି।