ହରିୟାଣାରେ ବାତିଲ ହେଲା ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ, ୧୫/୪: ଦେଶରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏନେଇ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଉପରେ ବେଶ ପ୍ରଭାବ ପଡିଛି। ଏହାରିମଧ୍ୟରେ ହରିୟାଣାରେ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କରାଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହିପରି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଦ୍ବାଦଶ ଶ୍ରେଣୀ ପରୀକ୍ଷା ନେଇ ପରେ  ନିଷ୍ପତ୍ତି ନିଆଯିବ ବୋଲି ସୂଚନା ମିଳିଛି।