ସୀମା ବିବାଦ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର, ୧୯/୧୧: ସୀମା ବିବାଦ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ  ଧର୍ମେନ୍ଦ୍ର ପ୍ରଧାନ। ସୀମା ବିବାଦର ସମାଧାନ ପାଇଁ ସର୍ବଦଳୀୟ ବୈଠକ କରିବାକୁ ସେ ଚିଠିରେ ଉଲ୍ଲେଖ କରିଛନ୍ତି। ଏନେଇ ଗୃହ କମିଟି ଗଠନ କରିବାକୁ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ଓଡିଶା ସହ ଆନ୍ଧ୍ର, ପଶ୍ଚିମବଙ୍ଗ, ଛତିଶଗଡ, ଝାଡଖଣ୍ଡର ସୀମା ବିବାଦ ଲାଗି ରହିଛି ।

ଏହାସହ ସଂଘୀୟ ବ୍ୟବସ୍ଥାରେ ଆପୋଷ ଆଲୋଚନାରେ ମୁଖ୍ୟ ଭୂମିକା ଗ୍ରହଣ କରୁ ଓଡିଶା ବୋଲି ସେ କହିଛନ୍ତି । ଆବଶ୍ୟକ ପଡିଲେ ଆଇନଗତ ପଦକ୍ଷେପ ନେବା ପାଇଁ ବିଚାର କରାଯାଉ । ଓଡିଶାରେ ଲୋକଙ୍କ ସାମାଜିକ, ଆର୍ଥିକ ସ୍ୱାର୍ଥ ସହ ସାଲିସ କରାନଯାଉ ବୋଲି ଧର୍ମେନ୍ଦ୍ର କହିଛନ୍ତି ।