ଆରପାରିରେ ବରିଷ୍ଠ ଅଭିନେତା ଚକ୍ରଧର ଜେନା

ଭୁବନେଶ୍ୱର,୧୩/୦୨: ବରିଷ୍ଠ ଅଭିନେତା ଚକ୍ରଧର ଜେନାଙ୍କ ପରଲୋକ ଘଟିଛି। ଗତ କିଛି ଦିନ ହେଲା ସେ ଚିକିତ୍ସିତ ହେଉଥିଲେ । ସୋମବାର ସନ୍ଧ୍ୟାରେ ତାଙ୍କର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ଓଡ଼ିଆ ଚଳଚିତ୍ର ଜଗତରେ ଶୋକର ଛାୟା ଖେଳିଯାଇଛି। ସେ ହଲିଉଡ ସିନେମା ‘ସିଟି ଅଫ୍ ଜୟ’ ଓ ‘ଇଲେକଟ୍ରିକ ମୁନ୍’ରେ ଅଭିନୟ କରିଛନ୍ତି ।ତାଙ୍କର ପ୍ରଥମ ଅଭିନୀତି ଓଡ଼ିଆ ସିନେମା ହେଉଛି ‘ପଥର ଖସୁଛି ବଡ଼ ଦେଉଳୁ’ । ଏହାଛଡ଼ା ସେ ରଣଭୂମୀ, ମାୟା, ଅର୍ଜୁନ, ପ୍ରେମ ୱେଡ୍ସ ପ୍ରିୟା, ରଙ୍ଗିଲା ବାବା, ଭଉଁରୀ ଓ କଥାନ୍ତର ଭଳି ଅନେକ ସିନେମାରେ ଅଭିୟନ କରିଛନ୍ତି ।