ଇତିହାସ ରଚିବା ଅପେକ୍ଷାରେ ଭାରତ, ଦିନକ ପରେ ଚନ୍ଦ୍ରରେ ଲ୍ୟାଣ୍ଡ କରିବ ଚନ୍ଦ୍ରଯାନ ୩

ନୂଆଦିଲ୍ଲୀ,୨୧/୦୮:ଇତିହାସ ରଚିବା ଅପେକ୍ଷାରେ ଭାରତ। ଦିନକ ପରେ ଚନ୍ଦ୍ରରେ ଲ୍ୟାଣ୍ଡ କରିବ ଚନ୍ଦ୍ରଯାନ ୩ । ୨୩ ତାରିଖ ସଂଧ୍ୟା ୬ଟା ୪ ମିନିଟରେ ଚନ୍ଦ୍ରପୃଷ୍ଠର ଦକ୍ଷିଣ ମେରୁରେ ଅବତରଣ କରିବ ଚନ୍ଦ୍ରଯାନ ୩ । ଲ୍ୟାଣ୍ଡର ବିକ୍ରମ ଚନ୍ଦ୍ରଠାରୁ ସବୁଠୁ କମ୍ ୨୫ କିଲୋମିଟର ଦୂରରେ ଏବେ ପ୍ରଦକ୍ଷିଣ କରୁଛି । ବର୍ତ୍ତମାନ ପର୍ଯ୍ୟନ୍ତ ଇସ୍ରୋର ଯୋଜନା ଅନୁଯାୟୀ ଚନ୍ଦ୍ରଯାନ ଯାତ୍ରା କରୁଛି । ଏହାରି ଭିତରେ ଚନ୍ଦଯାନ-୩ର ଦ୍ୱିତୀୟ ପର୍ଯ୍ୟାୟ ଡିବୁଷ୍ଟିଂ ସଫଳତାର ସହ ଶେଷ ହୋଇଛି ।କକ୍ଷପଥର ଆକାର ହ୍ରାସ କରାଯିବା ପରେ ଏବେ ଲ୍ୟାଣ୍ଡର ବିକ୍ରମ ଚନ୍ଦ୍ରଠାରୁ ସବୁଠୁ କମ୍ ୨୫ ଓ ସବୁଠୁ ଅଧିକ ୧୩୪ କିଲୋମିଟର ଦୂର କକ୍ଷପଥରେ ପ୍ରଦକ୍ଷିଣ କରୁଛି । ଚନ୍ଦ୍ରଯାନ-୩ ମିଶନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଂଶ ହେଉଛି ବିକ୍ରମ ଲ୍ୟାଣ୍ଡର । ଏହି ଲ୍ୟାଣ୍ଡର ଚନ୍ଦ୍ରପୃଷ୍ଠରେ ସୁରକ୍ଷିତ ଅବତରଣ କରିବା ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି ।