ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ମରଣାନ୍ତକ ଆକ୍ରମଣ !

ଭୁବନେଶ୍ୱର,୧୨/୩ : ଆଜି ବ୍ଲକ ଅଧ୍ୟକ୍ଷ ନିର୍ବାଚନ ଚାଲିଛି। ଏହାରି ଭିତରେ ଚିଲିକାରେ ଅଭାବନୀୟ ଘଟଣା ଘଟିଛି। ବାଣପୁର ବ୍ଲକ ନିକଟରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । କିଛି ଲୋକଙ୍କ ମାଡରେ ବିଧାୟକ ଲହୁଲୁହାଣ ହୋଇଥିବା ଅଭିଯୋଗ ହୋଇଛି । ଆକ୍ରମଣରେ ବିଧାୟକଙ୍କ ମୁଣ୍ଡ ଫାଟିଥିବା ବେଳେ ସେ ଗାଡି ଚଢାଇବାକୁ ଉଦ୍ୟମ କରିଥିବା କହିଥିବା ନେଇ ଅଭିଯୋଗ ହୋଇଛି । ୩ ବିଜେପି କର୍ମୀଙ୍କ ଉପରେ ଗାଡି ଚଢାଇବା ପାଇଁ ବିଧାୟକ ଉଦ୍ୟମ କରିଥିବା ବେଳେ ଗୁରୁତର ଅବସ୍ଥାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ବାଣପୁର ମେଡିକାଲରେ ମହିଳାଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି । ଅନ୍ୟପଟେ ଅନ୍ୟ ଗୁରୁତରଙ୍କୁ ଭୁବେନଶ୍ୱର ଏମ୍ସ ସ୍ଥାନାନ୍ତର କରାଯାଇଛି ।