ଚୀନ୍‌ରେ ପୁଣି ଏକ ରହସ୍ୟମୟ ହ୍ୟୁମାନ ମେଟାନ୍ୟୁମୋ ଭାଇରସର ଆତଙ୍କ

ନୂଆଦିଲ୍ଲୀ,୩/୦୧: କରୋନା ମହାମାରୀର ୫ ବର୍ଷ ପରେ ବି ଚୀନ୍‌ରେ ପୁଣି ଏକ ରହସ୍ୟମୟ ଭାଇରସ୍‌ର ଆତଙ୍କ ଖେଳିଛି । ‘ହ୍ୟୁମାନ ମେଟାନ୍ୟୁମୋ ଭାଇରସ୍’ ବା ଏଚଏମପିଭି ସମେତ ଆଉ କେତେକ ନୂଆ ଭୂତାଣୁ ଚୀନର ଚିନ୍ତା ବଢ଼ାଇଛି । ବର୍ତ୍ତମାନ ସୁଦ୍ଧା ଚୀନରେ ୭,୮୩୪ଟି ସଂକ୍ରମଣ ଓ ୧୭୦ ଜଣଙ୍କ ମୃତ୍ୟୁ ରେକର୍ଡ କରାଯାଇଛି । ଭୂତାଣୁ ବ୍ୟାପିବା ଖବରକୁ ନେଇ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା କରାଯାଉଛି । ଚୀନର ଅନେକ ସ୍ଥାନରେ ଜରୁରୀକାଳୀନ ସ୍ଥିତିର ଘୋଷଣା କରାଯାଇଥିବା କୁହାଯାଉଛି । ତଥାପି ପ୍ରଶାସନ ପକ୍ଷରୁ କୌଣସି ବିଧିବଦ୍ଧ ଘୋଷଣା ହୋଇନାହିଁ । ବିଶ୍ୱବ୍ୟାପୀ ସଂକ୍ରମଣର ସମ୍ଭାବନା ଥିବାରୁ ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ଖୁବଶୀଘ୍ର ଏ ବାବଦରେ ନିର୍ଦ୍ଦେଶାବଳୀ ଜାରି କରିବା ସମ୍ଭାବନା ରହିଛି । ଏକ୍ସ ଓ ଅନ୍ୟାନ୍ୟ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଚୀନରେ ଏକାଧିକ ଭୂତାଣୁଜନିତ ମହାମାରୀ ବ୍ୟାପିବା ବିଷୟରେ ଖବର ପ୍ରକାଶ ପାଇଛି । ‘ସାଇଣ୍ଟିଷ୍ଟ ଅର୍ଗ’ ଅନୁଯାୟୀ, ଚୀନରେ ବ୍ୟାପିଥିବା ନୂତନ କରୋନା ଭାଇରସ୍ ମହାମାରୀକୁ ବିଶ୍ୱ ସ୍ୱାସ୍ଥ୍ୟ ଜରୁରୀ ପରିସ୍ଥିତି ବୋଲି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲୁଏଚ୍‌ଓ) ବିବେଚନା କରିଛି । ଜେନେଭା ସାମ୍ବାଦିକ ସମ୍ମିଳନୀରେ ହୁ ମହାନିର୍ଦ୍ଦେଶକ ଟେଡ୍ରୋସ୍ ଆଧାନମ୍ ଗେବ୍ରେୟେସସ୍ ଏହି ସୂଚନା ଦେଇଛନ୍ତି । ଏହି ନୂତନ ଭୂତାଣୁ ୧୮ଟି ଭିନ୍ନ ଭିନ୍ନ ଦେଶରେ ୭,୮୩୪ ଜଣଙ୍କୁ ସଂକ୍ରମିତ କରିଛି । ଏଥିରେ ଚୀନର ୧୭୦ ଜଣଙ୍କ ମୃତ୍ୟୁ ଘଟିଛି ।

Leave a Reply

Your email address will not be published. Required fields are marked *