ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ରାୟ ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସେବାୟତ

ଭୁବନେଶ୍ୱର,୩/୬: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ଶ୍ରୀମନ୍ଦିର ସେବାୟତ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ରାୟ ଆସିବା ପରେ ଆନନ୍ଦିତ ସେବାୟତ ସମୂହ । ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ଖଣ୍ଡୁଆ ପାଟ ଦେଇ ସମ୍ବର୍ଦ୍ଧିତ କରିଛନ୍ତି। ଏହାସହ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ସହ ଏହି ସମ୍ପର୍କର ଆଲୋଚନା ମଧ୍ୟ କରିିିଛନ୍ତି ।

ସୂଚନାଯୋଗ୍ୟ ଯେ ଆଜି ପୁରୀ ପରିକ୍ରମା ପ୍ରକଳ୍ପ ନେଇ ସୁପ୍ରିମକୋର୍ଟ ଫୈସଲା ଶୁଣାଇ ଥିଲେ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ହୋଇଥିବା ଦୁଇଟି ଆବେଦନକୁ ରଦ୍ଦ କରିଥିଲେ ସର୍ବେଚ୍ଚ ନ୍ୟାୟାଳୟ ।  ଭକ୍ତଙ୍କ ସୁରକ୍ଷା ଦୃଷ୍ଟିରୁ ମାମଲାକୁ ଖାରଜ କରିଦେବା ସହ ଦୁଇ ଆବେଦନକାରୀଙ୍କୁ ଜରିମାନା ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । କୋର୍ଟଙ୍କ ସମୟ ନଷ୍ଟ କରିଥିବାରୁ ଲକ୍ଷେ ଟଙ୍କା ଲେଖାଏଁ ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।