ଘଟଗାଁ ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କ ପରିବାରକୁ ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧/୧୨: ଘଟଗାଁ ଦୁର୍ଘଟଣାରେ ୮ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାସହ ମୃତକଙ୍କ ପରିବାରକୁ ୩ଲକ୍ଷ ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଶୋକ ସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ଦୁର୍ଘଟଣାରେ ଆହତଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ସୂଚନାଯୋଗ୍ୟ ଯେ ଆଜି ସକାଳେ ଦିଗପହଣ୍ଡିରୁ ୧୯ଜଣ ଏକ ଟାଭେଲରରେ କେନ୍ଦୁଝର ମା’ ତାରିଣୀଙ୍କୁ ଦର୍ଶନ କରିବାକୁ ଯାଉଥିଲେ । କିନ୍ତୁ ବାଲିଯୋଡି ନିକଟରେ ଛିଡା ହୋଇଥିବା ଏକ ଟ୍ରକକୁ ପଛପଟୁ ପିଟିଥିଲା ଟାଭେଲର ।