ସୁନ୍ଦରଗଡ ଜିଲ୍ଲାକୁ ମୁଖ୍ୟମନ୍ତ୍ରୀଙ୍କ ଭେଟି

ଭୁବନେଶ୍ୱର, ୧୬/୨: ସୁନ୍ଦରଗଡ ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭେଟି ଦେଇଛନ୍ତି। ସୁନ୍ଦରଗଡ଼ର ବିକାଶ ପାଇଁ ୪୯୧୫ କୋଟି ଟଙ୍କାର ପ୍ରକଳ୍ପର ସେ ଲୋକାର୍ପଣ ଓ ଶିଳାନ୍ୟାସ କରିଛନ୍ତି। ୮୩୪ କୋଟି ୨୩ ଲକ୍ଷ ଟଙ୍କାର ପ୍ରକଳ୍ପର ଲୋକାର୍ପଣ କରିବା ସହ ୩,୯୫୮ କୋଟି ୭୬ ଲକ୍ଷ ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ । ତାଙ୍କର  ଫୋକସରେ ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ ଓ ପାନୀୟ ଜଳ ପ୍ରକଳ୍ପ ରହିଛି ।