ବିଭିନ୍ନ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨/୩: ଆଜି ବିଭିନ୍ନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅନୁସୂଚିତ ଜନଜାତି, ଜାତି ବିକାଶ ବିଭାଗ, ମାତୃଭାଷା ଭିତ୍ତିକ ଶିକ୍ଷାଦାନ ସଂହତି କାର୍ଯ୍ୟକ୍ରମର ଶୁଭାରମ୍ଭ ସହ ୩ଟି ଆକାଂକ୍ଷା ହଷ୍ଟେଲ ଓ ୬୮ଟି ଛାତ୍ରାବାସର ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ  ଉଦବୋଧନ ଦେଇ କହିଛନ୍ତି ଯେ  ଶିକ୍ଷା ହେଉଛି ପରିବର୍ତ୍ତନର ଆଧାର। ଜନଜାତି ପିଲାମାନେ ବିଭିନ୍ନ କ୍ଷେତ୍ରରେ ଦକ୍ଷତା ଦେଖାଇ ପାରିଛନ୍ତି। ପ୍ରାଥମିକ ଶିକ୍ଷା ପାଇଁ ମାତୃଭାଷା ସବୁଠାରୁ ଉତ୍ତମ ବୋଲି ସେ କହିଛନ୍ତି।