ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର, ୧/୫: ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଶ୍ରମିକ ଭାଇଭଉଣୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଶୁଭେଚ୍ଛା ଜଣାଇବା ସହ ଏହା ମଧ୍ୟ କହିଛନ୍ତି ଯେ ଶ୍ରମିକ ସମାଜର କଲ୍ୟାଣ ଓ ସର୍ବାଙ୍ଗୀନ ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ । ଏହାସହ କୋଭିଡ ସଂକ୍ରମଣକୁ ରୋକିବା ପାଇଁ ମାସ୍କ ପିନ୍ଧିବାକୁ ଆହ୍ବାନ ଦେଇଛନ୍ତି।