୭ ଦିନ ମଧ୍ୟରେ ଘରଭଙ୍ଗା କ୍ଷତିର ଆକଳନ କରିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୭/୫: ଆଜି ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ବାତ୍ୟା ପୁନରୁଦ୍ଧାର ସମୀକ୍ଷା କରିଛନ୍ତି। ସମସ୍ତ ପୁନରୁଦ୍ଧାର ଓ ପୁନର୍ଗଠନ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ୭ ଦିନ ମଧ୍ୟରେ ଘରଭଙ୍ଗା କ୍ଷତିର ଆକଳନ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ବୈତରଣୀ ନଦୀରେ ବନ୍ୟା ସମ୍ଭାବନା ଥିବାରୁ ସତର୍କ ରହିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ।