କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୨୦/୬: କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଆ ସଙ୍ଗୀତ ଜଗତରେ ସ୍ଥାପନ କରିଥିବା କୀର୍ତ୍ତି ସର୍ବଦା ତାଙ୍କୁ ସ୍ମରଣୀୟ କରି ରଖିବ ବୋଲି ସେ କହିଛନ୍ତି। ଏହାସହ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ  ।

ଉଲ୍ଲେଖ ଯୋଗ୍ୟ ଯେ ଗତକାଲି ପ୍ରସିଦ୍ଧ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ପରଲୋକ ଘଟିଥିଲା। ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତପୁ ମିଶ୍ରଙ୍କ ଦେହାନ୍ତ ହୋଇଥିଲା। କରୋନାରେ ଆକ୍ରାନ୍ତ ହୋଇ ସେ ଚିକିତ୍ସିତ ହେଉଥିଲେ।