ଦେବଗଡରେ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ଉଦ୍‌ଘାଟିତ

ଭୁବନେଶ୍ୱର, ୨୯/୬: କରୋନା କାଳରେ ଆଜି ଦେବଗଡରେ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ରାଜ୍ୟର ୩୦ଟି ଜିଲ୍ଲାରେ ଅକ୍‌ସିଜେନ ବ୍ୟବସ୍ଥା ସହିତ ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ମଜବୁତ କରାଯାଇଛି ବୋଲି ସେ କହିଛନ୍ତି।

ଅନ୍ୟପଟେ ରାଜ୍ୟରେ କୋଭିଡ ସ୍ଥିତି ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମୀକ୍ଷା କରିଛନ୍ତି । ସଂକ୍ରମଣ ହାର ଅଧିକ ଥିବା ଜିଲ୍ଲାରେ କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଛନ୍ତି । ଘରକୁ ଘର ସର୍ଭେକୁ ଆହୁରି ତ୍ବରାନ୍ବିତ କରିବା ପାଇଁ ପରାମର୍ଶ ସେ ଦେଇଛନ୍ତି ।