ଗ୍ୟାସ ସିଲିଣ୍ଡର ଦୁର୍ଘଟଣା, ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁକମ୍ପାମୂଳକ ସହାୟତା ଘୋଷଣା

ଭୁବନେଶ୍ୱର,୨୦/୮: ବାଣପୁରର ଗମ୍ଭାରୀ ମୁଣ୍ଡା ଗାଁରେ ଗ୍ୟାସ ସିଲିଣ୍ଡର ଦୁର୍ଘଟଣା ରେ ଗୁରୁତର ଆହତ ଜଣେ ବ୍ୟକ୍ତିଙ୍କର ପରଲୋକ ଖବର ପାଇ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହାସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

ଏହି ଦୁର୍ଘଟଣା ରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ଵ୍ୟକ୍ତି ମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ ସୋମାନଙ୍କ ର ଆଶୁ ଆରୋଗ୍ୟ କାମନା କରିଛନ୍ତି । ସୂଚନାଯୋଗ୍ୟ ଗତକାଲି ଘଟିଥିବା ଏହି ଦୁର୍ଘଟଣା ରେ ଗୋଟିଏ ପରିବାରର ସାତଜଣଙ୍କ ସମେତ ଦଶ ଜଣ ଆହତ ହୋଇଛନ୍ତି।