ଆଜି ମୁଖ୍ୟମନ୍ତ୍ରୀଙ୍କ ଗଜପତି ଗସ୍ତ

ଭୁବନେଶ୍ୱର, ୪/୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ ଗଜପତି ଜିଲ୍ଲା ଗସ୍ତରେ ଯିବେ । ଏହି ଅବସରରେ ଜିଲ୍ଲାବାସୀଙ୍କୁ ହିତାଧିକାରୀଙ୍କୁ ସ୍ମାର୍ଟ ହେଲ୍‌ଥ କାର୍ଡ ବାଣ୍ଟନ କରିବେ । ଏହାବ୍ୟତୀତ ବିଭିନ୍ନ ବିଭିନ୍ନ ଉନ୍ନତି ମୁଳକ କାର୍ଯ୍ୟର ଶିଳାନ୍ୟାସ କରିବେ ବୋଲି ସୂଚନା ରହିଛି । ଗଜପତି ଜିଲ୍ଲାର ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଷ୍ଟାଡିୟମ ଠାରେ ପହଞ୍ଚି ୭୯୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ସହ ଉଦ୍‌ଘାଟନ କାର୍ଯ୍ୟକ୍ରମ ରହିଛି । ଏହା ସହ ବିଭିନ୍ନ ନିର୍ମାଣ ହୋଇସାରିଥିବା ପ୍ରକଳ୍ପର ଶୁଭାରମ୍ଭ କରିବା କାର୍ଯ୍ୟକ୍ରମ ମଧ୍ୟ ରହିଛି । ୮୮୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳିର ୧୫ଟି ପ୍ରକଳ୍ପ ଓ ୧୪୪୬ , ୪୯ ଲକ୍ଷ ଟଙ୍କା ବିନିଯୋଗରେ ନିର୍ମାଣ ହୋଇଥିବା ମୋହନା ନିର୍ବାଚନ ମଣ୍ଡଳି ପାଇଁ ୨୧ଟି ପ୍ରକଳ୍ପକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିବେ ।