ମୁଖ୍ୟମନ୍ତ୍ରୀଙ୍କ ପୂଜା ଭେଟି, ମହଙ୍ଗା ଭତ୍ତା ରେ ୧୧%ବୃଦ୍ଧି

ଭୁବନେଶ୍ୱର, ୮/୧୦: ସରକାରୀ କର୍ମଚାରୀଙ୍କ ମୁଖ୍ୟମନ୍ତ୍ରୀଙ୍କ ପୂଜା ଭେଟି। ଜୁଲାଇ ୨୧ରୁ ମହଙ୍ଗା ଭତ୍ତା ରେ ୧୧%ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ଫଳରେ ବର୍ତ୍ତମାନ ମହଙ୍ଗା ଭତ୍ତା ୧୭%ରୁ ବଢ଼ି ୨୮%ରେ ପହଞ୍ଚିଛି। ଅକ୍ଟୋବର ମାସ ଦରମା ରେ ବର୍ଦ୍ଧିତ ଭତ୍ତା ମିଳିବ ।ଏହି ନିଷ୍ପତ୍ତି ଦ୍ଵାରା ରାଜ୍ୟର ଚାରି ଲକ୍ଷ କର୍ମଚାରୀ ଓ ସାଢେ ତିନି ଲକ୍ଷ ପେନସନ୍ ଭୋଗୀ ଉପକାର ପାଇବେ ।

ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଜୁଲାଇ ମାସ ପହିଲା ରୁ ପିଛିଲା ଭାବରେ ୧୧%ମହଙ୍ଗା ଭତ୍ତା ଲାଗୁ ହେବ।ବକେୟା ତିନି ମାସର ବର୍ଦ୍ଧିତ ଭତ୍ତା ମଧ୍ୟ ନଗଦ ଆକାରରେ ମିଳିବ ।