ଦେବଗଡରେ BSKY ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯/୧୦: ଦେବଗଡ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ଜିଲ୍ଲାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଜିଲ୍ଲାର ୨ ଲକ୍ଷ ୭୦ ହଜାର ଲୋକ ଏହି ସୁବିଧା ପାଇବେ। ପୂର୍ବରୁ ରାଜ୍ୟର ପାଞ୍ଚଟି ଜିଲ୍ଲା ମାଲକାନଗିରି, ସୁନ୍ଦରଗଡ଼, ବଲାଙ୍ଗୀର, ଗଜପତି ଏବଂ ପୁରୀରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦ ଲକ୍ଷ ଲୋକ ଏହି ସ୍ମାର୍ଟ ହେଲ୍ଥ କାର୍ଡ ପାଇଥିବା ବେଳେ, ୧୦,୬୫୭ ଜଣ ହିତାଧିକାରୀ ବିଭିନ୍ନ ଘରୋଇ ଡାକ୍ତରଖାନାରେ କୋଡ଼ିଏ କୋଟି ଟଙ୍କାର ସ୍ବାସ୍ଥ୍ୟ ସୁବିଧା ପାଇ ସାରିଛନ୍ତି ।ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ନବ କିଶୋର ଦାସ, ଦିବ୍ୟ ଶଙ୍କର ମିଶ୍ର, ସୁଶାନ୍ତ ସିଂହ, ଅରୁଣ କୁମାର ସାହୁ ଓ ବିଭିନ୍ନ କର୍ପୋରେସନର ଅଧ୍ୟକ୍ଷମାନେ ଉପସ୍ଥିତ ଥିଲେ ।