କୁଚିଣ୍ଡାରେ BSKY ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨/୧୧: ଆଜି ସମ୍ବଲପୁର କୁଚିଣ୍ଡା ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୁଚିଣ୍ଡାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି ନବୀନ ପଟ୍ଟନାୟକ । ସ୍ମାର୍ଟ ହେଲଥ କାର୍ଡ ଦ୍ୱାରା ଗରିବ ଲୋକେ ମାଗଣାରେ ଉତମ ସ୍ୱାସ୍ଥ୍ୟ ସେବା ପାଇପାରିବେ ବୋଲି ସେ କହିଛନ୍ତି।