ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୩% ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର, ୩୧/୧୨: ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ନୂଆ ବର୍ଷ ଭେଟି। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨୮ ପ୍ରତିଶତରୁ ୩୧ ପ୍ରତିଶତକୁ ବୃଦ୍ଧି କରାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ୨୦୨୧ ଜୁଲାଇ ପହିଲାରୁ ପିଛିଲା ଭାବେ ଲାଗୁ ହେବ।ସଂଶୋଧିତ ହାରରେ ପେନସନ ପାଉଥିବା ପେନସନଭୋଗୀମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି।  ଏହାଦ୍ବାରା ରାଜ୍ୟର ସାଢେ ସାତ ଲକ୍ଷ ସରକାରୀ କର୍ମଚାରୀ ତଥା ପେନ୍‌ସନଭୋଗୀ ଉପକୃତ ହେବେ ।