ସୋର ବସ ଦୁର୍ଘଟଣା: ମୃତକଙ୍କ ପରିବାର ପାଇଁ ଦୁଇ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୨/୧: ବାଲେଶ୍ୱରର ସୋରରେ ଘଟିଥିବା ବସ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତି ପ୍ରାଣ ହରାଇଥିଲେ। ଏହି ଘଟଣାରେ ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହିତ ମୃତକଙ୍କ ଆତ୍ମୀୟଙ୍କ ପାଇଁ ଦୁଇ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।ଏହାସହିତ ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ବ୍ୟକ୍ତିମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ ଆହତମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।