ବାରବାଟୀରେ ଭାରତ ଓ ଦକ୍ଷିଣ ଆଫ୍ରିକା ଟି- ଟ୍ୱେଣ୍ଟି ଆନ୍ତର୍ଜାତିକ ମ୍ୟାଚ୍ ଦେଖିବାକୁ ମୁଖ୍ୟମନ୍ତ୍ରୀ କିଣିଲେ ପ୍ରଥମ ଟିକେଟ

ଭୁବନେଶ୍ୱର,୬/୬: ବାରବାଟୀରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚଳିତ ମାସ ୧୨ ତାରିଖରେ ଖେଳାଯିବାକୁ ଥିବା ଟି- ଟ୍ୱେଣ୍ଟି ଆନ୍ତର୍ଜାତିକ ମ୍ୟାଚ୍ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଟିକେଟ କିଣିଛନ୍ତି । ଓଡିଶା କ୍ରିକେଟ ଆସୋସିଏସନର ସଭାପତି ପଙ୍କଜ ଲୋଚନ ମହାନ୍ତି, ସଂପାଦକ ସଞ୍ଜୟ ବେହେରା ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଟିକେଟ ପ୍ରଦାନ କରିଛନ୍ତି ।

ସେଠାରେ ୫-ଟି ସଚିବ ଭି.କେ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ । ଏଚଡିଏଫସି ବ୍ୟାଙ୍କର ଜୋନାଲ ହେଡ୍ ଦୀପକ ସିଂହ ଓ ଭାଇସ ପ୍ରେସିଡେଣ୍ଟ ଅନିମେଷ ବିଶ୍ବାଳ ଓଡିଶା କ୍ରିକେଟ ଆସୋସିଏସନ ସଂପାଦକ ସଞ୍ଜୟ ବେହେରା ବାରବାଟୀ ମ୍ୟାଚ୍ ପାଇଁ ଟିକେଟ ବିକ୍ରି ସୁବ୍ୟବସ୍ଥିତ କରିବା ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ ।