ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର, ୩୦ା୧୨(ଦି ପ୍ରଗତି ନ୍ୟୁଜ): ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ଶୋକ ସନ୍ତପ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ସଙ୍ଗୀତ ପ୍ରତି ସାରା ଜୀବନ ସମର୍ପିତ ଥିଲେ ଶାନ୍ତନୁ ବୋଲି ସେ କହିଛନ୍ତି । ତାଙ୍କ ନିର୍ଦ୍ଦେଶିତ ସଙ୍ଗୀତ ତାଙ୍କୁ ସବୁଦିନ ପାଇଁ ଅମର କରି ରଖିବ । ଓଡ଼ିଶା ତାର ଜଣେ ସୁଯୋଗ୍ୟ ସନ୍ତାନଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶାନ୍ତନୁ ମହାପାତ୍ରଙ୍କ ଶେଷକୃତ୍ୟ ହେବ ।

ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ର ଙ୍କ ଆଜି ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା। ରାଜଧାନୀ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ଉଲ୍ଲେଖ ଯୋଗ୍ୟ ଯେ ସେ ନିମୋନିଆରେ ପୀଡିତ ହୋଇ ଚିକିତ୍ସାଧୀନ ଥିଲେ ।

ଅନେକ ଓଡ଼ିଆ ଚଳଚ୍ଚିତ୍ରରେ ଶାନ୍ତନୁ ମହାପାତ୍ର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ। ‘ସୂର୍ଯ୍ୟମୁଖୀ’, ‘ଅରୁନ୍ଧତୀ’, ‘ଚିଲିକା ତୀରେ’, ‘ଡୋରା’ ଫିଲ୍ମର ସେ ସଙ୍ଗୀତ ନିର୍ଦ୍ଦେଶକ ଥିଲେ।