ହୋଲି ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର,୧୯/୩: ଆଜି ହେଉଛି ପବିତ୍ର ହୋଲି । ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ହୋଲି ରଙ୍ଗର ପର୍ବ ହୋଲି ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି । କୋଭିଡ ନିୟମ ପାଳନ କରି ଉତ୍ସବରେ ସାମିଲ ହେବାକୁ ସମସ୍ତଙ୍କୁ କହିଛନ୍ତି ନବୀନ । ସମସ୍ତେ ସୁସ୍ଥ ରୁହନ୍ତୁ ଏବଂ ଖୁସିରେ ରୁହନ୍ତୁ ବୋଲି ସେ କହିଛନ୍ତି ।