ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତ : ଟୋକିଓରେ ଆଜି ଓଡ଼ିଶା ବିଜନେସ୍ ମିଟ୍

ନୂଆଦିଲ୍ଲୀ,୫/୪: ତିନି ଦିନିଆ ଜାପାନ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଟୋକିଓରେ ଓଡ଼ିଶା ବିଜନେସ୍ ମିଟ୍ ହେବ। ଏହି ସମ୍ମିଳନୀକୁ  ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବେ । ଏହାସହ ପ୍ରାୟ ୨୦୦ ଶିଳ୍ପପତିଙ୍କୁ ଭେଟି ଆଲୋଚନା କରିବେ। ଜାପାନର ବଡ ବଡ ଉଦ୍ୟୋଗୀ ଓ ପୁଞ୍ଜିପତିଙ୍କୁ ସିଧାସଳଖ ଭେଟିବା ସହ ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଆମନ୍ତ୍ରଣ କରିବେ ।

ସୂଚନାଯୋଗ୍ୟ ଯେ ରାଜ୍ୟରେ ସର୍ବବୃହତ ଅତ୍ୟାଧୁନିକ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ହେବ । ୩୦ ନିୟୁତ ଟନର ଏହି ମେଗା ଗ୍ରୀନ୍ ଫିଲ୍ଡ ଗଢିବ ଜାପାନ ଷ୍ଟିଲ । ଟୋକିଓରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା ବେଳେ ନିପନ ଷ୍ଟିଲ କର୍ପୋରେସନର ସଭାପତି ଏନେଇ ଘୋଷଣା କରିଛନ୍ତି । ପ୍ରସ୍ତାବିତ ପ୍ରକଳ୍ପରେ ୧ ଲକ୍ଷ କୋଟି ଟଙ୍କା ନିବେଶ ହେବ ବୋଲି ଅନୁମାନ କରାଯାଉଛି ।