୨୪ ମେଗାୱାଟ ବିଶିଷ୍ଟ ବୈତରଣୀ କ୍ଷୁଦ୍ର ଜଳବିଦ୍ୟୁତ ପ୍ରକଳ୍ପର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୭/୧୧:ଆଜି ଭିଡିଓ କନ୍‌ଫରେନସିଂ ଜରିଆରେ ଆନନ୍ଦପୁରର ସିଂହନାଳୀରେ ୨୪ ମେଗାୱାଟ ବିଶିଷ୍ଟ ବୈତରଣୀ କ୍ଷୁଦ୍ର ଜଳବିଦ୍ୟୁତ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କେନ୍ଦୁଝର ଜିଲ୍ଲାର ଉଭୟ ଦେଶ ଓ ରାଜ୍ୟ ଅର୍ଥନୀତିରେ ବିଶେଷ ଅବଦାନ ରହିଛି। କେନ୍ଦୁଝରରେ ଏକ ମେଡିକାଲ କଲେଜ ଓ ହସ୍‌ପିଟାଲ କାର୍ଯ୍ୟ ଆଗେଇ ଚାଲିଥିବାବେଳେ ଜିଲ୍ଲାର ସବୁ ରାସ୍ତାର ଉନ୍ନତିକରଣ ପାଇଁ ପଦକ୍ଷେପ ନିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ସେହିପରି ମେଗା ପିଇବା ପାଣି ପ୍ରକଳ୍ପରେ ଜିଲ୍ଲାର ସବୁ ଘର ଗାଁ ଓ ସହର ସବୁ ଅଞ୍ଚଳରେ ପାଇପ ପାଣି ଯୋଗାଇ ଦେବା ପାଇଁ କାମ ଚାଲିଛି ବୋଲି ପଟ୍ଟନାୟକ ସୂଚନା ଦେଇଛନ୍ତି।

ସେହି କାର୍ଯ୍ୟକ୍ରମ ରେ ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ, ଉନ୍ନୟନ କମିଶନର ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଓ ସଂପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ।