କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୯/୪:କେନ୍ଦୁପତ୍ର ତୋଳାଳିଙ୍କୁ ଭେଟି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । କେନ୍ଦୁପତ୍ର ତୋଳାଳୀ ପାଇବେ ୨୪୦ କୋଟି ଟଙ୍କା । ମୋଟ୍ ଉପକୃତ ହେବେ ୮ ଲକ୍ଷ କେନ୍ଦୁପତ୍ର ତୋଳାଳି ଓ ଅନ୍ୟ କର୍ମଚାରୀ। ଏନେଇ ବୋନସ ଓ ଅନ୍ୟାନ୍ୟ ଭତ୍ତା ପାଇଁ ୧୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ରାଜ୍ୟ ସରକାର । ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କେନ୍ଦୁପତ୍ରର ସଂଗ୍ରହ ମୂଲ୍ୟ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ ୨୦୨୨ ଫସଲ ବର୍ଷ ପାଇଁ ଉଭୟ ପ୍ରୋସେସ ଅଞ୍ଚଳ ଓ ଫାଲ ଅଂଚଳରେ କେନ୍ଦୁପତ୍ର ସଂଗ୍ରହ ମୂଲ୍ୟରେ ବୃଦ୍ଧି କରାଯାଇଛି। ଏହାଦ୍ଵାରା ରାଜ୍ୟରେ ୭.୫୦ ଲକ୍ଷ ଗରୀବ କେନ୍ଦୁପତ୍ର ତୋଳାଳୀ ୨୪୦ କୋଟି ଟଙ୍କାର ଅଧିକ ରୋଜଗାର ପାଇପାରିବେ । ଏଏହାସହିତ ରାଜ୍ୟ ସରକାରଙ୍କ ପକ୍ଷରୁ ବୋନସ ଓ ବିଭିନ୍ନ ଭତ୍ତା ବାବଦରେ ମଧ୍ୟ ୧୨୦ କୋଟି ଟଙ୍କା ମଂଜୁର କରାଯାଇଛି। ଏହାଦ୍ଵାରା ୮ ଲକ୍ଷ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ଅନ୍ୟାନ୍ୟ କର୍ମଚାରୀ ଉପକୃତ ହେବେ ।