ରାଜ୍ୟ କ୍ୟାବିନେଟ ବୈଠକ ୫ ପ୍ରସ୍ତାବ ଉପରେ ମୋହର

ଭୁବନେଶ୍ୱର, ୧୦/୦୭: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ  ୫ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ସର୍ବନିମ୍ନ ମଜୁରୀ ସଂଶୋଧନ ପ୍ରସ୍ତାବରେ ମୋହର ବାଜିଛି । ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ୩୫୨ରୁ ୪୫୦ ଟଙ୍କାକୁ ବୃଦ୍ଧି କରିଛନ୍ତି ମୋହନ ସରକାର । ଅଣକୁଶଳୀ, ଅର୍ଦ୍ଧକୁଶଳୀ ଓ ଉଚ୍ଚ କୁଶଳୀ ଶ୍ରମିକଙ୍କ ମଜୁରୀ ବୃଦ୍ଧି ପାଇଛି । ସେହିଭଳି କୁଶଳୀ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ୫୦୦ ଟଙ୍କା, ମୁଖ୍ୟକୁଶଳୀଙ୍କ ପାରିଶ୍ରମିକ ୫୦୦ଟଙ୍କା ଓ ଉଚ୍ଚ କୁଶଳୀ ଶ୍ରମିକଙ୍କ ମଜୁରୀ ୫୦୨ରୁ ୬୦୦ ଟଙ୍କାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି । ସେହିଭଳି ଓଡ଼ିଆ ଅସ୍ମିତା ପାଇଁ ୨୦୦ କୋଟିର ସ୍ୱତନ୍ତ୍ର ପାଣ୍ଠି ପ୍ରସ୍ତାବରେ ମୋହର ମାରିଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟରେ ଓଡ଼ିଆ ଅସ୍ମିତା ଭବନ ଗଠନ ପାଇଁ ନିଷ୍ପତ୍ତି ନେଇଛନ୍ତି ସରକାର । ଓଡ଼ିଆ ଅସ୍ମିତା ଭବନ ନିର୍ମାଣ, ତାଳ ପାତ୍ର ପୋଥି ସଂଗ୍ରହ, କଳାକାର ଗୌରବ ନିଧି ଯୋଜନା, ଜାତୀୟ ବିଶ୍ୱ ବିଦ୍ୟାଳୟରେ ଓଡ଼ିଆ ଚେୟାର ପ୍ରତିଷ୍ଠା ପାଇଁ ସ୍ଥିର କରାଯାଇଛି ।କ୍ୟାବିନେଟ ବୈଠକରେ ବାଲିଯାତ୍ରାକୁ ଅନ୍ତର୍ଜାତୀୟ ଉତ୍ସବ ମାନ୍ୟତା ପ୍ରସ୍ତାବରେ ମୋହର ବାଜିଥିବା ବେଳେ ୨୦ ହଜାର କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞାପନ ପ୍ରକାଶ ପାଇଥିଲା । ଏଥିମଧ୍ୟରୁ ୧୮ ହଜାର ୭୮୮ ଜଣ ପ୍ରାର୍ଥୀଙ୍କ ଚୟନ ଓ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।