ଅପରାଧୀ ଯେଊଁ ପଦ ମର୍ଯ୍ୟାଦାରେ ଥିଲେ ବି କାର୍ଯ୍ୟାନୁଷ୍ଠାନ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮/୦୯: ଜିଲ୍ଲାପାଳ ଓ ଏସ୍‌ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବୋଧିତ କହିଛନ୍ତି । ସେ କହିଛନ୍ତି ମୋ ରାଜ୍ୟର ପୁଲିସ ବିଭାଗଠାରୁ ଅତ୍ୟନ୍ତ ଉଚ୍ଚକୋଟୀର ସେବା ମୁଁ ଆଶା କରୁଛି। ଯାହାଦ୍ବାରା ଆଗାମୀ ଦିନରେ ମୁଁ ଗର୍ବର ସହିତ କହିପାରିବି ଯେ, ଓଡ଼ିଶାର ପୁଲିସ ବିଭାଗ ଦିନ ରାତି ୨୪ ଘଣ୍ଟା ଡ୍ୟୁଟିରେ ରହିଛନ୍ତି। ଲୋକସେବା ଭବନରେ ଅନୁଷ୍ଠିତ ହୋଇଥିବା ଏହି ସମ୍ମିଳନୀରେ ଉପସ୍ଥିତ ଆରକ୍ଷୀ ଅଧୀକ୍ଷକଙ୍କୁ ସମ୍ବୋଧନ ଜରିଆରେ ତାଗିଦ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଅପରାଧୀ ଯେଊଁ ପଦ ମର୍ଯ୍ୟାଦାରେ ଥିଲେ ବି କାର୍ଯ୍ୟାନୁଷ୍ଠାନ ହେବ । ୨୦୨୨ ପର୍ଯ୍ୟନ୍ତ ମହିଳା ବିରୋଧୀ ହିଂସା ଦଣ୍ଡହାର ମାତ୍ର ୯.୭୩% ରହିଛି। ଯାହା ଅତ୍ୟନ୍ତ ନୈରାଶ୍ୟଜନକ, ଆମ ସରକାର ଏହାକୁ ବରଦାସ୍ତ କରିବେ ନାହିଁ । ଏହା ସହିତ ମୁଖ୍ୟମନ୍ତ୍ରୀ ସପ୍ତାହକ ମଧ୍ୟରେ ମହିଳା ହିଂସା ତଥ୍ୟ ଲୋଡିଛନ୍ତି।

ପୂର୍ବରୁ ମୁଖ୍ୟମନ୍ତ୍ରୀ ଆଇଏଏସ ଅଫିସରଙ୍କୁ ତାଗିଦ୍ କରିଥିବାବେଳେ ଏବେ ଆଇପିଏସ୍ ଅଫିସରଙ୍କୁ ମଧ୍ୟ ତାଗିଦ୍ କରିଛନ୍ତି। ପୁଲିସ କର୍ମଚାରୀଙ୍କ ଆଚରଣ ଏବଂ ଉଚ୍ଚାରଣ ଠିକ୍ ରହିବା ଉପରେ ସେ ଗୁରୁତ୍ବାରୋପ କରିଛନ୍ତି। ଥାନାକୁ ଆସୁଥିବା ଲୋକଙ୍କ ଅଭିଯୋଗ ଧୈର୍ଯ୍ୟର ସହ ଶୁଣିବାକୁ ସେ ପରାମର୍ଶ ଦେଇଛନ୍ତି । ଡାକ୍ତରଖାନା ଏବଂ ଥାନାକୁ ଲୋକେ ଆସିବାକୁ ଚାହିଁ ନ ଥାନ୍ତି। ଅପରାଧରେ ଲଗାମ ଲଗାଇବା ପାଇଁ ପୁଲିସ କର୍ମଚାରୀମାନେ ୮ଘଣ୍ଟିଆ ଡ୍ୟୁଟି ବଦଳରେ ସବୁବେଳେ ଡ୍ୟୁଟିରେ ରହିବାକୁ କହିଛନ୍ତି।

Leave a Reply

Your email address will not be published. Required fields are marked *