ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୮/୦୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ । ସେପ୍ଟେମ୍ବର ୩୦ ତାରିଖରେ ମୁଖ୍ୟମନ୍ତ୍ରୀ ଝାଡ଼ଖଣ୍ଡ ଯିବାର କାର୍ଯ୍ୟକ୍ରମ ରହିଛି।ମୁଖ୍ୟମନ୍ତ୍ରୀ ୩୦ ତାରିଖରେ ଝାଡ଼ଖଣ୍ଡ ପହଞ୍ଚିବା ପରେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ। ସେଠାରେ ନିର୍ବାଚନ ପୂର୍ବରୁ ଆୟୋଜିତ ହେଉଥିବା ଏକ ରାଲିରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ସେହିପରି ୧ ତାରିଖରେ ମୁଖ୍ୟମନ୍ତ୍ରୀ ଝାଡ଼ଖଣ୍ଡର ଚାଇଁବାସାର କୋଲ୍‌ହାନ୍ ଯିବେ। ସେଠାରେ ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହେବେ।

Leave a Reply

Your email address will not be published. Required fields are marked *