ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮/୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଗତ ୨୦ ତାରିଖରୁ ୨୮ ତାରିଖ ମଧ୍ୟରେ ରାଜ୍ୟରେ ହୋଇଥିବା ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଯେପରି ଜଣେ ବି କ୍ଷତିଗ୍ରସ୍ତ ଚାଷୀ ସହାୟତାରୁ ବଞ୍ଚିତ ନ ହୁଅନ୍ତି, ସେଥିପାଇଁ ଧ୍ୟାନ ଦେବାକୁ ସମୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏଥି ସହିତ ୩୦ ତାରିଖ ମଧ୍ୟରେ ଫସଲ କ୍ଷୟକ୍ଷତିର ସଠିକ୍ ଆକଳନ ସହ ପ୍ରକୃତ କ୍ଷତିଗ୍ରସ୍ତ ଚାଷୀ ମାନଙ୍କୁ ଚିହ୍ନଟ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ବୀମା କରିଥିବା ଓ ବୀମା ନକରିଥିବା କ୍ଷତିଗ୍ରସ୍ତ ସମସ୍ତ ଚାଷୀ ମାନଙ୍କୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ନିୟମ ଅନୁଯାୟୀ ସହାୟତା ଯଥାଶୀଘ୍ର ଡିବିଟି ମାଧ୍ୟମରେ ଯୋଗାଇ ଦିଆଯିବ ବୋଲି ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ବୀମା କରିଥିବା ସମସ୍ତ ଚାଷୀ ଭାଇ ଓ ଭଉଣୀ ମାନେ ଯେପରି ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ କ୍ଷୟ କ୍ଷତି ସଂପର୍କରେ ବୀମା କମ୍ପାନୀ ମାନଙ୍କୁ ସୂଚନା ଦେବେ, ସେଥିପାଇଁ ବ୍ୟାପକ ସଚେତନତା କାର୍ୟ୍ୟକ୍ରମ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

 

Leave a Reply

Your email address will not be published. Required fields are marked *